ଆସନ୍ତା ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୧୦ ଜିଲ୍ଲାକୁ ଘଡ଼ଘଡି ସହ ବର୍ଷା ସମ୍ଭାବନା ରହିଛି । ସେହି ୧୦ ଜିଲ୍ଲା ହେଉଛି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ଗଂଜାମ, ପୁରୀ, ଖୋର୍ଦ୍ଧା, କେଉଁଝର, ମୟୂରଭଞ୍ଜ ଏବଂ ରାୟଗଡା ।ସେଥିପାଇଁ ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତା ୩୦ ତାରିଖରେ ଆଭ୍ୟନ୍ତରୀଣ ଜିଲ୍ଲାରେ ହାଲୁକା ମଧ୍ୟମ ଧରଣର ବର୍ଷା ହୋଇପାରେ । ରାଜ୍ୟରେ ମୌସୁମୀ ଦୁର୍ବଳ ଥିବା ବେଳେ ଏହାରି ପ୍ରଭାବରେ ଅନେକ ଜିଲ୍ଲାରେ ଘଡ଼ଘଡି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *