ବିଶିଷ୍ଟ ସାହିତ୍ୟିକ ମନୋଜ ଦାସଙ୍କ ପରଲୋକ

ଭୁବନେଶ୍ୱର : ବିଶିଷ୍ଟ ସାହିତ୍ୟିକ ମନୋଜ ଦାସଙ୍କର ଆଜି ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ହୋଇଥିଲା । ପୁଡୁଚେରୀ ଆଶ୍ରମ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମନୋଜ ଦାସଙ୍କ ପରଲୋକ ନେଇ ପରିବାର ପକ୍ଷରୁ ସୂଚନା ମିଳିଛି । ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ । ୧୯୩୪ ମସିହା ଫେବ୍ରୁଆରୀ ୨୭ ତାରିଖରେ ତାଙ୍କର ଜନ୍ମ । ନିଛକ ଓଡ଼ିଆ ଚଳଣି ଏବଂ ଜୀବନଧାରାକୁ ନେଇ ଅନେକ ପ୍ରସିଦ୍ଧ ଗଳ୍ପ ଲେଖିଛନ୍ତି ସେ । କେବଳ ଓଡ଼ିଆ ନୁହେଁ ଇଂରାଜୀ ସାହିତ୍ୟରେ ମଧ୍ୟ ବେଶ୍ ସୁନାମ ଅର୍ଜନ କରିଛନ୍ତି ମନୋଜ ଦାସ ।

୧୯୩୪ ମସିହାରେ ବାଲେଶ୍ୱର ଜିଲ୍ଲା ଶଙ୍ଖାରୀ ଗ୍ରାମରେ ଜନ୍ମଗ୍ରହଣ କରିଥିବା ମନୋଜ ଦାସ ଓଡ଼ିଶାର ଜନମାନସରେ କୌଣସି ପରିଚୟର ଅପେକ୍ଷା ରଖନ୍ତି ନାହିଁ । କେବଳ ତାଙ୍କର ନାମ ହିଁ ଯଥେଷ୍ଟ । ଦୀର୍ଘବର୍ଷ ଧରି ସେ ସାହିତ୍ୟି ସାଧନାରେ ବ୍ରତୀ ରହିବା ସହ ପୁଡୁଚେରୀସ୍ଥିତ ଶ୍ରୀଅରବିନ୍ଦ ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟରେ ବରିଷ୍ଠ ପ୍ରାଧ୍ୟାପକ ଭାବେ ଶିକ୍ଷାଦାନ କରୁଥିଲେ । ତାଙ୍କୁ ୧୯୭୨ରେ କେନ୍ଦ୍ର ସାହତ୍ୟ ଏକାଡେମୀ ପୁରସ୍କାର, ୨୦୦୧ରେ ପଦ୍ମଶ୍ରୀ, ୨୦୨୦ରେ ପଦ୍ମଭୂଷଣ ସମ୍ମାନ ପ୍ରଦାନ କରାଯାଇଥିଲା । ୧୯୬୫ ଓ ୧୯୮୭ରେ ତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *