କେରଳ ଛୁଇଁଲା ମୌସୁମୀ ବାୟୁ, ଜାଣନ୍ତୁ ଓଡିଶା ଆସିବ କେବେ ?

ନୂଆଦିଲ୍ଲୀ: କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । କେରଳର ଦକ୍ଷିଣାଞ୍ଚଳକୁ ମୌସୁମୀ ସ୍ପର୍ଶ କରିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨ ଦିନ ବିଳମ୍ବରେ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁଛି । କେରଳ ଛୁଇଁବାର ୧୦ କି ୧୨ ଦିନ ପରେ ମୌସୁମୀ ବାୟୁ ଓଡିଶା ଛୁଇଁବ ବୋଲି ଆଇଏମଡି କହିଛନ୍ତି । ଅର୍ଥାତ୍ ରଜ ବେଳକୁ ମୌସୁମୀ ବାୟୁ ଓଡିଶା ଛୁଇଁବ ବୋଲି ଆଶଙ୍କା କରାଯାଉଛି ।

ଚଳିତଥର ୧୦୧ ପ୍ରତିଶତ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରାଯାଇଛି । ଜୁନ ୩ ସୁଦ୍ଧା ରାଜ୍ୟରେ ମୌସୁମୀ ପ୍ରବେଶ କରିପାରେ ବୋଲି ଭାରତୀୟ ପାଣିପାଗ ବିଭାଗର ମହା ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ପୂର୍ବାନୁମାନ କରିଥିଲେ ।ତେବେ ସାରା ଦେଶରେ ସ୍ୱାଭାବିକ ମୌସୁମୀ ଥିଲେ ବି ଉତ୍ତର ପୂର୍ବାଞ୍ଚଳରେ ଏହାର ପ୍ରଭାବ କମ୍ ପଡିବ । ଉତ୍ତର-ପଶ୍ଚିମାଞ୍ଚଳ ଓ ଦକ୍ଷିଣାଞ୍ଚଳରେ ସ୍ୱାଭାବିକ ବର୍ଷା ରହିବ । ଅନ୍ୟପଟେ ଉତ୍ତର ପୂର୍ବାଞ୍ଚଳରେ ସ୍ୱାଭାବିକ ଠାରୁ କମ୍ ବର୍ଷା ହେବା ନେଇ ଆକଳନ କରାଯାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *