ମେ’ ୧୫ ଯାଏ ବନ୍ଦ ରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ

ଭୁବନେଶ୍ୱର : ରାଜ୍ୟ ସହ ରାଜଧାନୀରେ ବୃଦ୍ଧି ପାଉଛି କୋଭିଡ୍ ସଂକ୍ରମଣ ମାମଲା । ଏହାକୁ ଦେଖି ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ରାଜ୍ୟ ବଟାନିକାଲ୍ ଗାର୍ଡେନ୍ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି କର୍ତ୍ତୃପକ୍ଷ । ମେ’ ୧ରୁ ମେ’ ୧୫ ତାରିଖ ଯାଏ ପର୍ଯ୍ୟଟକଙ୍କ ଲାଗି ନନ୍ଦନକାନନ ବନ୍ଦ ରହିବ । ରାଜ୍ୟରେ ଏବେ ୬୧ ହଜାର ୬୯୮ ଜଣ ସକ୍ରିୟ ସଂକ୍ରମିତ ଥିବା ବେଳେ ମୋଟ ସଂକ୍ରମଣ ମାମଲା ୪ ଲକ୍ଷ ୪୪ ହଜାର ୧୯୪କୁ ବୃଦ୍ଧି ପାଇଛି । ସେହିଭଳି ରାଜଧାନୀରେ ବିଏମସି ଅଞ୍ଚଳରେ ୬ ହଜାର ୯୧୩ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି । ମହାମାରୀର ଭୟାବହତାକୁ ଦେଖି କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ନେଇଛନ୍ତି । ଗତବର୍ଷ ମଧ୍ୟ ନନ୍ଦନକାନନ କରୋନା ସଂକ୍ରମଣ ପାଇଁ ବନ୍ଦ ରହିଥିଲା ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *