୨୩୩୭ କୋଟିର ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ କଲେ  ମୁଖ୍ୟମନ୍ତ୍ରୀ 

ନୂଆପଡା : ନୂଆପଡା ଆଜି ବଡ ହୋଇଛି । ସଶକ୍ତ ହୋଇଛି । ସବୁଜ ହୋଇଛି । ଓଡିଶାର ବିକାଶ ଯାତ୍ରାରେ ନିଜ ପାଇଁ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି । ନୂଆପଡାରେ ବିକାଶର ଏ ଧାରା ଆହୁରି ଆଗକୁ ବଢିବ ।  ବୁଧବାର ନୂଆପଡା ଗସ୍ତ କରି ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି ଓ କହିଛନ୍ତି ଯେ,  ସେ ନୂଆପଡା ଆସି ମୁଁ ବହୁତ ଖୁସି । ଏହି ଅବସରରେ ଆପଣମାନଙ୍କୁ ମୋର ଜୁହାର । ମୁଖ୍ୟମନ୍ତ୍ରୀ କହିଥିଲେ, ସ୍ୱାଧୀନତା ସଂଗ୍ରାମରେ ନୂଆପଡାର ବହୁତ ବଡ ଭୂମିକା ଥିଲା । ବିଶେଷ କରି ଆମର ମା’ ମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥିଲେ । ବ୍ରିଟିଶ ଶାସନର ଅନ୍ୟାୟ ବିରୁଦ୍ଧରେ ସେମାନଙ୍କ ସଂଗ୍ରାମର ତୁଳନା ନାହିଁ । ନୂଆପଡା  ଭେଲା ଗାଁର ମା’ ମାନଙ୍କ ସଂଗ୍ରାମ  ଆଜି ବି ସମସ୍ତଙ୍କୁ  ପ୍ରେରଣା ଦେଉଛି । ଏହି ଅବସରରେ ସେହି ସଂଗ୍ରାମୀ ମା’ ମାନଙ୍କୁ ମୋର ପ୍ରଣାମ ଜଣାଉଛି । ଆପଣ ଜାଣନ୍ତି ୨୦୨୨ରେ ଆମେ ସ୍ୱାଧୀନତାର ୭୫ ବର୍ଷ ପାଳନ କରୁଛୁ ।

ଭେଲାର ସଂଗ୍ରାମୀଙ୍କୁ ସମ୍ମାନ ଜଣାଇ ସେଠାରେ ଏକ ସୁନ୍ଦର ସ୍ମାରକୀ କରାଯିବ ।  ନିଜ ପିତା ତଥା ପ୍ରବାଦ ପୁରୁଷ ବିଜୁବାବୁଙ୍କୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ, ୧୯୯୩ରେ ବିଜୁବାବୁ ନୁଆପଡାକୁ ଏକ ସ୍ୱତନ୍ତ୍ର ଜିଲ୍ଲା ଘୋଷଣା କଲେ । ସେତେବେଳେ କିଛି ଲୋକ ତାଙ୍କୁ ପ୍ରଶ୍ନ କରିଥିଲେ ଯେ ଆପଣ ଏତେ ଛୋଟ ଅଞ୍ଚଳକୁ କାହିଁକି ଜିଲ୍ଲା କଲେ ଓ  ସେତେବେଳେ ବିଜୁବାବୁ କହିଥିଲେ, “ନୂଆପଡା ଓଡିଶା ମା’ର ସବୁଠାରୁ ସାନ ପିଲା । ସେ ପୁଣି ଦୂରରେ ଅଛି । ସବୁ ବାପା ମା’ ଯେପରି ଦୂରରେ ଥିବା ପିଲାକୁ ଅଧିକ ଭଲ ପାଆନ୍ତି , ମୁଁ ମଧ୍ୟ ସେପରି ନୂଆପଡାକୁ ସ୍ୱତନ୍ତ୍ର ଧ୍ୟାନ ଦେଉଛି” ।  ଆଜି ନୂଆପଡାର ରୂପାନ୍ତରକୁ ଆପଣମାନେ ଦେଖି ପାରୁଛନ୍ତି । ଅନୁଭବ କରିପାରୁଛନ୍ତି । ବିଜୁ ଏକ୍ସପ୍ରେସ ୱେରେ ସବୁଠାରୁ ଅଧିକ ଲାଭ ପାଇଛି ନୂଆପଡା । ୬୮୦ କୋଟି ଟଙ୍କାରେ ୧୩୨ କି.ମି ରାସ୍ତା କେବଳ ନୂଆପଡାରେ ହିଁ ହୋଇଛି । ନୂଆପଡା ର ଜିଲ୍ଲା ସଦର ହସ୍ପିଟାଲ ରାଜ୍ୟର ବଡ ବଡ ସହରର ହସ୍ପିଟାଲଠାରୁ କିଛି କମ ନୁହେଁ । ସେହିପରି ଗତ ଦଶ ବର୍ଷ ଭିତରେ ଆମେ  ହଜାର ହଜାର ଶିଶୁଙ୍କ ଜୀବନ ବଞ୍ଚାଇ ପାରିଛୁ । ନୂଆପଡାରେ ଶିଶୁ ମୃତ୍ୟୁ ହାର ବହୁତ କମିଛି । ମା ମାନଙ୍କ ଜୀବନ ବଞ୍ଚାଇବାରେ ମଧ୍ୟ ନୂଆପଡା ବହୁତ ଭଲ କାମ କରିଛି ।

 ମୁଖ୍ୟମନ୍ତ୍ରୀ କହିଥିଲେ, ନୂଆପଡାର ପାଣିରେ ରହିଛି ଫ୍ଲୁରାଇଡର ସମସ୍‌ଯା । ଏହା ହେଉଛି ଜିଲ୍ଲା ବାସୀଙ୍କ ବଡ ସମସ୍‌ଯା । ଫ୍ଲୁରାଇଡ ପଣି ଦ୍ୱାରା ସ୍ୱାସ୍ଥ୍ୟ ମଧ୍ୟ ଖରାପ ହୋଇଥାଏ । ଭଲ ପିଇବା ପାଣି ପାଇଁ ମା ମାନଙ୍କୁ ମାଇଲ ମାଇଲ ବାଟ ଚାଲିବାକୁ ପଡୁଥିଲା । ଏଥିପାଇଁ ମୋତେ ବହୁତ ଦୁଃଖ ଲାଗୁଥିଲା ।  ଆଜି ନୂଆପଡାର ୫୫ ପ୍ରତିଶତ ଘରକୁ ଆମେ ପାଇପ ପାଣି ଦେଇ ପାରିଛୁ । ୧୦୦୦ ରୁ ଅଧିକ ଫ୍ଲୁରାଇଡ ଉଛେଦ ପ୍ରକଳ୍ପ କରାଯାଇଛି । ୯୦୦ରୁ ଅଧିକ ଗାଁକୁ ଫ୍ଲୋରାଇଡ ସମସ୍ୟାରୁ ୧୦୦ % ମୁକ୍ତ କରାଯାଇ ପାରିଛି । କେବଳ ସେତିକି ନୁହେଁ  ନୂଆପଡାର ଏକ ଲକ୍ଷ ପରିବାରକୁ ପାଇପ ପାଣି ର ସୁବିଧା ମଧ୍ୟ ଦିଆ ଯାଇଛି । ୨୦୨୨ ସୁଧା  ନୂଆପଡାର ସବୁ ପରିବାରକୁ ୧୦୦ % ପାଇପପାଣି ଯୋଗାଇ ଦିଆଯିବ । ଏଥିପାଇଁ ୭୦୦ କୋଟି ଟଙ୍କାର ୨୦୫ଟି ପାଇପ ଜଳ ଯୋଗାଣ ପ୍ରକଳ୍ପ ଓ ଗୋଟିଏ ମେଗା ଜଳ ଯୋଗାଣ ପ୍ରକଳ୍ପ କାମ ଚାଲିଛି ।

ମୁଖ୍ୟମନ୍ତ୍ରୀ କହିଥିଲେ, ଏବେ ମୁଁ ନିମ୍ନ ଇନ୍ଦ୍ର ପ୍ରକଳ୍ପକୁ ଆସିବି । ଏ ପ୍ରକଳ୍ପ ସାରା ରାଜ୍ୟ  ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ । ଏ ପ୍ରକଳ୍ପ ପାଇଁ ଜମି ଦେଇଥିବା ସବୁ ଲୋକଙ୍କୁ ସେମାନଙ୍କ ତ୍ୟାଗ ପାଇଁ ଧନ୍ୟବାଦ ଜଣାଉଛି । ଆପଣ ମାନଙ୍କ ତ୍ୟାଗ ପାଇଁ ନୂଆପଡା ର କୋମନା, ଖଡିଆଳ ଓ ବଲାଙ୍ଗିରର ବଙ୍ଗୋମୁଣ୍ଡା, ମୁରିବାହାଲ ଓ ଟିଟିଲାଗଡ ବ୍ଲକ ର ୨୦୦ ଟି ଗାଁ ର ୧,୮୦,୦୦୦ ଲୋକ ଉପକାର ପାଇବେ ।

ଆପଣ ଜାଣନ୍ତି ନୂଆପଡାରେ ୨୨୦ କୋଟି ଟଙ୍କାର ମେଗା ଉଠା ଜଳସେଚନ ପ୍ରକଳ୍ପ ଏବର୍ଷ ଡିସେମ୍ବର ସୁଦ୍ଧା ଶେଷ ହେବ । ଏହାଦ୍ୱାରା କୋମନା, ନୂଆପଡା, ସିନାପାଲୀ ଓ ବୋଡେନ ଅଞ୍ଚଳର ୧୮୦୦୦ ଏକର ରୁ ଅଧିକ  ଜମିକୁ ପାଣି ମିଳିପାରିବ । ଲୋୱେର ଇନ୍ଦ୍ର ପ୍ରକଳ୍ପ  ମାଟି ତଳେ ପାଇପ ବିଛା ହୋଇଛି । ତେଣୁ ଏହି ପ୍ରକଳ୍ପରୁ ଆଉ ୭୫୦୦ ଏକର ଜମିକୁ ପାଣି ଯୋଗାଇଦେବା ପାଇଁ ପଦକ୍ଷେପ ନିଆଯିବ ବୋଲି ମୁଁ ଘୋଷଣା କରୁଛି । ମୁଖ୍ୟମନ୍ତ୍ରୀ କହିଥିଲେ, ନୂଆପଡା ଥିଲା ଚିର ମରୁଡି ଅଞ୍ଚଳ । ଆଜି ଏଠାରେ ନୂଆ ସବୁଜିମା ସୃଷ୍ଟି ହେଉଛି । ଆଜି ନୂଆପଡା ବିକାଶର ନୂଆ ଇତିହାସ ଲେଖୁଛି ।  ବିକାଶର ଏ ଯାତ୍ରାରେ  ଆପଣମାନଙ୍କ ଅବଦାନ ରହିଛି । ନୂଆପଡାରେ ଜଳସେଚନ ସୁବିଧା ବଢିଛି ।  ନୂଆପଡାରେ ଜଳସେଚନ ସୁବିଧା ୫୪ % ବଢିଛି  ଜିଲ୍ଲା ଦେଢ ଲକ୍ଷ ଏକର ଜମିକୁ ଆଜି ପାଣି ସୁବିଧା ମିଳିଛି । ଧାନ ଉତ୍ପାଦନ ବଢିଛି । କପା ଚାଷ , ମକା ଚାଷ ମଧ୍ୟ ବଢିଛି । 

ଲୋୱେର ଇନ୍ଦ୍ର ଡ୍ୟାମ ସାଇଟରେ ଏକ ସାଇନ୍ସ ପାର୍କ  ଓ ସଂଗ୍ରହାଳୟ କରାଯିବ ବୋଲି ମୁଁ ଘୋଷଣା କରୁଛି । ଏଥିରେ ୩ କୋଟି ଟଙ୍କା ଖର୍ଚ୍ଚ ହେବ । ପିଲାମାନଙ୍କ ଭିତରେ ବିଜ୍ଞାନ ପ୍ରତି ଆଗ୍ରହ ବଢିବ । ଜଳ ସଂରକ୍ଷଣ ପାଇଁ ସଚେତନତା ମଧ୍ୟ ସୃଷ୍ଟି ହେବ । ଓଡିଶା ଆଜି କ୍ରୀଡା କ୍ଷେତ୍ରରେ ବହୁତ ଆଗକୁ ଯାଇଛି । ରାଜ୍ୟରେ ଖେଳ ସହିତ ନୂଆପଡା ଯୋଡି ହେବ । ସେହିପରି ନୂଆପଡା ଓ ଖଡିଆଳ ଏ ଦୁଇ ଜାଗାରେ ଦୁଇଟି ଇନଡୋର ଷ୍ଟାଡିଅମ କରାଯିବ । ଖଡିଆଳ ସ୍ୱୟଂଚଳିତ କଲେଜରେ ଖେଳର ବିକାଶ କରାଯିବ । ଏହା ଜିଲ୍ଲାର ଖେଳ ଭିତ୍ତିଭୂମିକୁ ମଜଭୁତ କରିବ ଓ ଯୁବକ ଯୁବତୀ ମାନଙ୍କ ପ୍ରତିଭାର ବିକାଶରେ ସହାୟକ ହେବ ବୋଲି ପ୍ରକାଶ କରିଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *