ଘୋଷଣା ହେଲା ନିଟ୍ ପ୍ରବେଶିକା ତାରିଖ

ଭୁବନେଶ୍ୱର : କେନ୍ଦ୍ର ଉଚ୍ଚଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ସୋମବାର ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ ପାଇଁ ତାରିଖ ଘୋଷଣା କରାଯାଇଛି । ଆସନ୍ତା ସେପ୍ଟେମ୍ବର ୧୨ ତାରିଖରେ ନିଟ୍ ପରୀକ୍ଷା ହେବ ବୋଲି ସୂଚନା ମିଳିଛି । କେନ୍ଦ୍ର ଉଚ୍ଚଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ପରୀକ୍ଷା ତାରିଖ ଘୋଷଣା କରିଛନ୍ତି । ନବନିଯୁକ୍ତ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ପରୀକ୍ଷା ତାରିଖ ଘୋଷଣା କରିଛନ୍ତି । ସମ୍ପୂର୍ଣ୍ଣ କରୋନା ଗାଇଡଲାଇନ ମାନି ଏହି ପରୀକ୍ଷା କରାଯିବ ବୋଲି ଏନଟିଏ ପକ୍ଷରୁ ଘୋଷଣା କରାଯାଇଛି । ମଙ୍ଗଳବାର ସନ୍ଧ୍ୟା ୫ଟାରୁ ଛାତ୍ରଛାତ୍ରୀ ମାନେ ଆବେଦନ କରିପାରିବେ । ଏନଟିଏର ଅଫିସିଆଲ ୱେବସାଇଟରୁ ଛାତ୍ରଛାତ୍ରୀ ଆବେଦନ କରିପାରିବେ । ଦେଶର ସମୁଦାୟ ୧୯୮ ସହରରେ ଏହି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ ବୋଲି ଜଣାପଡିଛି । ୨୦୨୦ରେ ୧୫୫ଟି ସହରରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ସେହିପରି ପରୀକ୍ଷା ସେଣ୍ଟର ସଂଖ୍ୟା ମଧ୍ୟ ବୃଦ୍ଧି କରାଯିବ ଯାହାକି ୨୦୨୦ରେ ୩୮୬୨ ରହିଥିଲା ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *