ଆଜି କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ “ଓଡ଼ିଶା ବନ୍ଦ୍‌’

ଭୁବନେଶ୍ୱର: ଆଜି କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ଓଡ଼ିଶା ବନ୍ଦ୍ ଡାକରା ଦିଆଯାଇଛି । ସକାଳ ୬ରୁ ଦିନ ୧୨ଟା ଯାଏଁ ଓଡ଼ିଶା ବନ୍ଦ ପାଳନ ହେବ । ଏନେଇ ପିସିସି ଉପସଭାପତି ଡ ଦେବାଶିଷ ପଟ୍ଟନାୟକ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଓଡ଼ିଶାରେ ନାରୀ ନିର୍ଯାତନା, ଦୁଷ୍କର୍ମ ଓ ହତ୍ୟା ବଢୁଛି । ଏହା ପ୍ରତିବାଦରେ କଂଗ୍ରେସ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ତେବେ ଏହି ‘ଓଡ଼ିଶା ବନ୍ଦ’କୁ ରାଜ୍ୟବାସୀ ତଥା ସମଭାବାପନ୍ନ ରାଜନୈତିକ ଦଳ ଓ ସାମାଜିକ ସଂଗଠନମାନେ ସମର୍ଥନ ଦେବାପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପ୍ରଦେଶ କଂଗ୍ରେସ କମିଟିର ଉପସଭାପତି ତଥା ମୁଖପାତ୍ର ଡଃ ପଟ୍ଟନାୟକ ଓ ପ୍ରଦେଶ କଂଗ୍ରେସ ସେବାଦଳ ଅଧ୍ୟକ୍ଷ ତଥା ମୁଖପାତ୍ର ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର ନିବେଦନ କରିଛନ୍ତି । ଡକ୍ଟର ପଟ୍ଟନାୟକ କହିଛନ୍ତି ଯେ ବନ୍ଦ ସମ୍ପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ହେବ ।

ବନ୍ଦ ସମୟରେ ଜରୁରୀକାଳିନ ସେବାରେ ନିଯୁକ୍ତ ବ୍ୟକ୍ତିବିଶେଷ ଓ ମୋଟରଯାନକୁ ଯିବାପାଇଁ ସୁଯୋଗ ଦିଆଯିବ । ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ପାଇଁ କୌଣସି ବାରଣ ନାହିଁ । ଟ୍ରେନ୍ ଚଳାଚଳ ବନ୍ଦ ରହିବ । ବସ୍‌, ଟ୍ରକ୍ ମାଲିକ ସଂଘ ଓ ଅଟୋଚାଳକ ସଂଘ ଏବଂ ବ୍ୟବସାୟୀ ସଂଘଙ୍କୁ ଏହି ବନ୍ଦରେ ସାମିଲ ହେବାକୁ ନିବେଦନ କରାଯାଇଛି ।
ଅପରପକ୍ଷେ ଆଜି କଂଗ୍ରେସର ୬ ଘଣ୍ଟିଆ ଧର୍ମଘଟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିଷେଧକମୂଳକ ପଦକ୍ଷେପ ନିଆଯାଇଛି । ରାଜ୍ୟ ଲୋକସେବା ଭବନ, ଖାରବେଳ ଭବନ, ରାଜୀବ ଭବନ ଓ ବିଭାଗୀୟ ମୁଖ୍ୟ ଦପ୍ତରରେ କାର୍ଯ୍ୟରତ କର୍ମଚାରୀମାନଙ୍କୁ ସକାଳ ସାଢ଼େ ୯ଟା ସୁଦ୍ଧା ଅଫିସ୍ ଆସିବା ପାଇଁ ନିର୍ଦ୍ଦେଶ ଜାରି ହୋଇଛି । ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ସନ୍ତୋଷ ବାଲା ଆଜି ସମସ୍ତ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ପ୍ରମୁଖ ସଚିବ ଓ ସଚିବମାନଙ୍କୁ ଚିଠି ଲେଖି କଂଗ୍ରେସ ପକ୍ଷରୁ ଆସନ୍ତାକାଲି ଦିଆଯାଇଥିବା ୬ ଘଣ୍ଟିଆ ବନ୍ଦ ଡାକରା ସମ୍ପର୍କରେ ଅବଗତ କରାଇଛନ୍ତି । କଂଗ୍ରେସ ସକାଳ ୬ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ ଏହି ଓଡ଼ିଶା ବନ୍ଦ ପାଳନ କରିବ ।

ଯାହାଫଳରେ ବ୍ୟବସାୟିକ ପ୍ରତିଷ୍ଠାନ, ବଜାର, କେନ୍ଦ୍ର ଓ ରାଜ୍ୟ ସରକାରୀ ଅଫିସ, ପେଟ୍ରୋଲ ପମ୍ପ, ବ୍ୟାଙ୍କ ଓ ଆର୍ôଥକ ପ୍ରତିଷ୍ଠାନଗୁଡ଼ିକ, କୋର୍ଟ ଓ ପରିବହନ ବ୍ୟବସ୍ଥା ଆଦିକୁ ସେମାନେ ବନ୍ଦ କରିବାର ଆଶଙ୍କା ରହିଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ସମସ୍ତ ଅଫିସର ଓ କର୍ମଚାରୀମାନଙ୍କୁ ସକାଳ ସାଢ଼େ ୯ଟା ସୁଦ୍ଧା ଅଫିସ୍ ଆସିବା ପାଇଁ ପରାମର୍ଶ ଦିଆଯାଇଛି । ଆସନ୍ତାକାଲି ଲୋକସେବା ଭବନର ମୁଖ୍ୟ ଗେଟ୍ ୧୦ଟା ୧୫ମିନିଟରେ ବନ୍ଦ ହୋଇଯିବ । ଯାତାୟତ ପାଇଁ ପଛ ଗେଟ୍ ଖୋଲା ରହିବ । ଏହାସହିତ ଆସନ୍ତାକାଲି ସାଧାରଣ ଲୋକଙ୍କ ପାଇଁ ଲୋକସେବା ଭବନ, ଖାରବେଳ ଭବନ ବନ୍ଦ ରହିବ । ଅତି ଜରୁରୀ ଥିଲେ ବିଭାଗର ସୁପାରିସ୍ ଆଧାରରେ ଗୃହ ବିଭାଗର ସ୍ୱତନ୍ତ୍ର ସଚିବଙ୍କ ଅନୁମତିରେ ହିଁ ପ୍ରବେଶ କରିପାରିବେ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *