ଉଠା ଦୋକାନୀଙ୍କୁ ୩୦୦୦ ଟଙ୍କାର ସ୍ୱତନ୍ତ୍ର କୋଭିଡ ସହାୟତା ପ୍ରଦାନ

ଭୁବନେଶ୍ୱର : ପଥପାର୍ଶ୍ୱ ବିକ୍ରେତା ମାନଙ୍କୁ ସାହାଯ୍ୟର ହାତ ବଢାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ରାଜ୍ୟର ୧୧୪ଟି ସହରାଞ୍ଚଳର ୧ ଲକ୍ଷ ୧ ହଜାର ଉଠା ଦୋକାନୀଙ୍କୁ ତୃତୀୟ ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ୱତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ମାର୍ଚ୍ଚ ୨୦୨୦ ଓ ଜୁନ୍‌ ୨୦୨୧ରେ ୩୦୦୦ ଟଙ୍କା ଲେଖାଏ ସହାୟତା ଦିଆଯାଇଥିଲା । ଏହାସହିତ ସେମାନଙ୍କ ବଜାର ସୁବିଧା ପାଇଁ ୮୭ଟି ସହରାଞ୍ଚଳରେ ଭେଣ୍ଡିଂ ଜୋନ୍‌ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିପାଇଁ ମୁକ୍ତା ଯୋଜନାରେ ୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ସେ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ ସମସ୍ତଙ୍କ ଜୀବିକା ଉପରେ ପ୍ରଭାବ ପକାଇଛି। ‘ଆପଣମାନଙ୍କ କଷ୍ଟ ମୁଁ ଅନୁଭବ କରୁଛି। ମୁଁ କହିବାକୁ ଚାହେଁ ଯେ ସରକାର ସବୁବେଳେ ଆପଣମାନଙ୍କ ସାଥିରେ ଅଛନ୍ତି।’

ଏହି ସହାୟତା ଆପଣମାନଙ୍କ ଜୀବିକାକୁ ସୁରକ୍ଷା ଯୋଗାଇବ। ଗୋଟିଏ ସହରର ଅର୍ଥନୀତିରେ ପଥପାର୍ଶ୍ୱ ବିକ୍ରେତା ହେଉଛନ୍ତି ଗୁରୁତ୍ୱପୂର୍ଣ୍ଣ ଅଂଶ । ବଡ ବଡ ମଲ୍‌ ଓ ଦୋକାନ ଥିବା ସତ୍ତ୍ୱେ, ପଥପାର୍ଶ୍ୱ ବିକ୍ରେତା ମାନଙ୍କର ଗୁରୁତ୍ୱ ରହିଛି ଓ ରହିବ। ମହାମାରୀ ବେଳେ ସମସ୍ତେ ସତର୍କ ରହିବା ସହ କୋଭିଡର ନିୟମ ପାଳନ କରି ସୁରକ୍ଷିତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ତେବେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେଉଛନ୍ତି ଗରିବଙ୍କ ମନର କଥା ବୁଝୁଥିବା ଜଣେ ଜନନେତା। ଅଭିନବ ଉପାୟରେ ସେ ସମସ୍ତଙ୍କୁ ସବୁ ସମୟରେ ସାହାଯ୍ୟ କରିଆସିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଜି. ମାଥିଭାତନନ ସ୍ୱା ଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ, ମ୍ୟୁନିସ୍‌ପାଲ ଆଡମିନିଷ୍ଟ୍ରେସନ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ, ବିଭିନ୍ନ ଜିଲ୍ଲାର ଆୟୋଜିତ କାର୍ଯ୍ୟକ୍ରମରେ ମହାନଗର ନିଗମ କମିଶନର ଏବଂ ଜିଲ୍ଲାପାଳ ଓ ପୌରାଞ୍ଚଳ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *