ମାଣିକେଶ୍ୱରୀ ପୀଠ ବିକାଶ କାମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡିର ଥୁଆମୂଳ-ରାମପୁର ମା ମାଣିକେଶ୍ୱରୀ ପୀଠର ବିକାଶ କାମର ଶିଳାନ୍ୟାସ କରିଛନ୍ତି। ଏଥିରେ ଦୁଇ କୋଟି ଟଙ୍କା ଖର୍ଚ୍ଚ କରାଯିବ। 5T ଉପକ୍ରମ ଅଧୀନରେ ମା’ଙ୍କର ଏହି ପୀଠର ବିକାଶ କାମ ଆରମ୍ଭ କରାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା’ ମାଣେକେଶ୍ୱରୀଙ୍କ ଆଶୀର୍ବାଦ ଆମ ସମସ୍ତଙ୍କ ଉପରେ ରହିଛି ଏବଂ ମାଙ୍କ ଆଶୀର୍ବାଦ ଓ କଳାହାଣ୍ଡିବାସୀଙ୍କର ଉଦ୍ୟମ ଆଜି କଳାହାଣ୍ଡିରେ ରୂପାନ୍ତର ଆଣିଛି। କଳାହାଣ୍ଡି ଆଜି ବିକାଶର ନୂଆ ପରିଚୟ ନେଇ ଆଗକୁ ବଢୁଛି ।

ଏହି ବିକାଶରେ କଳାହାଣ୍ଡିର ପ୍ରତି ପରିବାର ଓ ପ୍ରତି ଲୋକ ସିଏ ଚାଷୀ ହେଉ ବା ଶ୍ରମିକ, ଯୁବ ସମାଜ, ସାଧାରଣ ଜନତା ବା ମହିଳା ସମସ୍ତଙ୍କର ଅବଦାନରେ କଳାହାଣ୍ଡି ଆଗେଇ ଚାଲିଛି। କଳାହାଣ୍ଡିର ଚାଷୀ ଆଜି ସାରା ଦେଶକୁ ଖାଦ୍ୟ ଯୋଗାଉଛି । କଳାହାଣ୍ଡି କପାର ଚାହିଦା ବଢିଛି । ଶିଳ୍ପ ନୂଆ ସୁଯୋଗ ଆଣିଛି । ଭିତ୍ତିଭୂମି ମଜବୁତ ହୋଇଛି। କଳାହାଣ୍ଡି ୟୁନିଭରସିଟି, ସରକାରୀ ମେଡିକାଲ କଲେଜ, ସରକାରୀ ଇଂଜିନିୟରିଂ କଲେଜ ଆଜି କଳାହାଣ୍ଡି ଯୁବସମାଜ ପାଇଁ ନୂଆ ପରିଚୟ ଆଣିଛି। ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଶିଳ୍ପ, ଶକ୍ତି ଓ ସ୍ୱରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ କଳାହାଣ୍ଡିର ବିଭିନ୍ନ କ୍ଷେତ୍ରରେ ଯେଉଁ ଉନ୍ନତି ସାଧିତ ହୋଇଛି, ତାହା ଉପରେ ଆଲୋକପାତ କରିଥିଲେ । ଏହାବ୍ୟତୀତ କଳାହାଣ୍ଡି ଜିଲ୍ଲାପାଳ, ଲାଞ୍ଜିଗଡ ବିଧାୟକ, ସାଂସଦ ସୁଜିତ କୁମାରଙ୍କ ସମେତ ଜିଲ୍ଲାର ବିଧାୟକମାନେ ଉପସ୍ଥିତ ଥିଲେ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *