ରାଜ୍ୟରୁ ଆଉ ୩ ହଜାର ୨୨୨ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ୩ ହଜାର ଉପରେ ରହୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ ହଜାର ୨୨୨ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୮୩୮ଟି ପଜିଟିଭ୍ ମାମଲା ଆସିଥିବା ବେଳେ ୧୩୮୪ଟି ମାମଲା ହେଉଛି ସ୍ଥାନୀୟ ସଂକ୍ରମଣ । କଟକ ଜିଲ୍ଲାରୁ ସର୍ବାଧିକ ୬୧୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୨୨ ଜଣଙ୍କ ନମୁନା ପଜିଟିଭ୍ ଆସିଛି । ଅନୁଗୁଳରୁ ୯୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୦୮, ବରଗଡ଼ରୁ ୨୪, ଭଦ୍ରକରୁ ୧୪୧, ବଲାଙ୍ଗିରରୁ ୨୨, ବୌଦ୍ଧରୁ ୧୬, ଦେବଗଡ଼ରୁ ୭, ଢେଙ୍କାନାଳରୁ ୪୧, ଗଜପତିରୁ ୯, ଗଞ୍ଜାମରୁ ୨୪, ଜଗତସିଂହପୁରରୁ ୨୧୨, ଯାଜପୁରରୁ ୧୯୦, ଝାରସୁଗୁଡ଼ାରୁ ୯, କଳାହାଣ୍ଡିରୁ ୨୫, କନ୍ଧମାଳରୁ ୨୫, କେନ୍ଦ୍ରାପଡ଼ାରୁ ୧୭୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି କେନ୍ଦୁଝରରୁ ୬୪, କୋରାପୁଟରୁ ୫୩, ମାଲକାନଗିରିରୁ ୬୬, ମୟୂରଭଞ୍ଜରୁ ୧୯୫, ନବରଙ୍ଗପୁରରୁ ୨୩, ନୟାଗଡ଼ରୁ ୧୧୪, ନୂଆପଡ଼ାରୁ ୧୬, ପୁରୀରୁ ୧୮୮, ରାୟଗଡ଼ାରୁ ୬୧, ସମ୍ବଲପୁରରୁ ୩୧, ସୋନପୁରରୁ ୧୨, ସୁନ୍ଦରଗଡ଼ରୁ ୬୬ ଓ ଷ୍ଟେଟପୁଲରୁ ୬୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୧୬ ହଜାର ୧୦୯କୁ ବୃଦ୍ଧି ପାଇଛି । ୩୦ ହଜାର ୯୫୦ଟି ସକ୍ରିୟ ସଂକ୍ରମଣ ମାମଲା ରହିଥିବା ବେଳେ ୮ ଲକ୍ଷ ୮୦ ହଜାର ୯୯୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *