ରାଜ୍ୟରେ ୨୪ ଘଣ୍ଟାରେ ଆଖି ବୁଜିଲେ ଆଉ ୪୬ ଆକ୍ରାନ୍ତ

ଭୁବନେଶ୍ୱର: କମୁଛି ସଂକ୍ରମଣ, ଥମୁନି ମୃତ୍ୟୁ । ରାଜ୍ୟରେ ଦୈନିକ କରୋନା ମୃତ୍ୟୁ ମାମଲା ୪୦ ଉପରେ ରହୁଛି । ଗତ ୨୪ ଘଣ୍ଟାରେ ଆଉ ୪୬ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୪ ହଜାର ୧୦୯କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରେ ମୃତ୍ୟୁହାର୍ ସର୍ବାଧିକ ରହିଛି । ଗତ ୨୪ ଘଣ୍ଟାରେ ଅନୁଗୁଳରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ୱରରୁ ଜଣେ, ବରଗଡ଼ରୁ ଜଣେ, ଭୁବନେଶ୍ୱରରୁ ୫ ଜଣ, କଟକରୁ ୩ ଜଣ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ଜଣେ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ଜଣେ ପ୍ରାଣ ହରାଇଛନ୍ତି । ସେହିଭଳି କେନ୍ଦ୍ରାପଡ଼ାରୁ ୩ ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୪ ଜଣ, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ଜଣେ, ନୟାଗଡ଼ରୁ ୪ ଜଣ, ପୁରୀରୁ ୪ ଜଣ, ସମ୍ବଲପୁରରୁ ୩ ଜଣ, ସୁବର୍ଣ୍ଣପୁରରୁ ଜଣେ, ସୁନ୍ଦରଗଡ଼ରୁ ୪ ଜଣ କୋଭିଡ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *