ବର୍ଷା ଓ ବଜ୍ରପାତ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୩ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ୪ ଗୋଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ହେବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ ସୂଚନା ଜାରି କରିଛି । ଦକ୍ଷିଣ ଓଡ଼ିଶାର କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ରାୟଗଡ଼ା ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି । ପାଗକୁ ଦେଖି ଲୋକ ଘରୁ ବାହାରିବା ସହ ବଜ୍ରପାତ ବେଳେ ସୁରକ୍ଷିତ ସ୍ଥାନରେ ରହିବା ନେଇ ସୂଚନା ଦିଆଯାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *