୧୧ରେ ଆସୁଛି ଆଉ ଏକ ଲଘୁଚାପ!

ଭୁବନେଶ୍ୱର : ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଏହାରି ମଧ୍ୟରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ୧୧ ତାରିଖ ସୁଦ୍ଧା ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ ସକ୍ରିୟ ରହିଛି । ଆସନ୍ତା ୨-୩ ଦିନ ମଧ୍ୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି ।ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବିଶେଷ କରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ନବରଙ୍ଗପୁର, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *