ନବୀନଙ୍କ ନିଷ୍ପତ୍ତିକୁ ସବୁଠୁ ପ୍ରଶଂସା, ଶ୍ରୀମୟୀ ଦେଲେ ୧ଲକ୍ଷ ଟଙ୍କା

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ମାଗଣା ଟିକା ଘୋଷଣା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଛୁଟୁଛି ଶୁଭେଛାର ସୁଅ । ଏଭଳି ସ୍ଥିତିରେ ରାଜ୍ୟବାସୀଙ୍କ ସାଥିରେ ଛିଡା ହୋଇ ନବୀନ ପୁନର୍ବାର ନିଜକୁ ପ୍ରମାଣିତ କରିଛନ୍ତି । ରାଜ୍ୟର ୧୮ବର୍ଷ ବୟସରୁ ଊର୍ଦ୍ଧ୍ବ ସମସ୍ତ ବ୍ୟକ୍ତିଙ୍କୁ ମାଗଣାରେ କୋଭିଡ୍ ଟିକା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଐତିହାସିକ ଘୋଷଣା କରିଛନ୍ତି। କରୋନା ମହାମାରୀରୁ ରାଜ୍ୟବାସୀଙ୍କୁ ସୁରକ୍ଷିତ ରଖିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ବାସ୍ତବରେ ସ୍ବାଗତଯୋଗ୍ୟ ଓ ବର୍ତ୍ତମାନ ସମୟର ସବୁଠୁ ବଡ଼ ଆବଶ୍ୟକତା ବୋଲି ବିଜେଡି ମୁଖପାତ୍ର ତଥା ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର କହିଛନ୍ତି।

ସେହିପରି ଓଟିଡିସି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧ଲକ୍ଷ ଟଙ୍କା ସହାୟତା ଦେଲେ ଓଟିଡିସି ଅଧ୍ୟକ୍ଷା । ପଞ୍ଚାୟତିରାଜ ଓ ପାନୀୟଜଳ ଏବଂ ଗୃହ ଓ ନଗର ଉନ୍ନୟନ ଓ ଆଇନ୍‍ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି । କୋଭିଡ ମହାମାରୀ ସମୟରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ପାଇଁ ନେଇଥିବା ଏହି ବଡ ନିଷ୍ପତ୍ତି ଯୋଗୁଁ ପ୍ରାୟ ୨କୋଟି ଓଡିଶାବାସୀ ଉପକୃତ ହେବେ ବୋଲି କହିଛନ୍ତି ପ୍ରତାପ ଜେନା ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *