ହାତୀ ଉଦ୍ଧାର ବେଳେ ବୋଟ୍ ଓଲଟିବା ଘଟଣା, ଓଟିଭି ପ୍ରତିନିଧି ଅରିନ୍ଦମ ମୃତ

କଟକ: ହାତୀ ଉଦ୍ଧାର ବେଳେ ବୋଟ୍ ଓଲଟିବା ଘଟଣା । ବୋଟ୍ ଓଲଟିବା ପରେ ଭାସି ଯାଇଥିବା ଓଟିଭି ପ୍ରତିନିଧି ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ ହୋଇଛି । ଏନେଇ ସୂଚନା ଦେଇଛନ୍ତି ଏସସିବି ଜରୁରୀକାଳୀନ ଅଧିକାରୀ । ବୋଟ୍ ଓଲଟିବା ପରେ ଓଡ୍ରାଫ୍ ଟିମ୍ ସହ ଘରୋଇ ଟିଭି ଚ୍ୟାନେଲର ପ୍ରତିନିଧି ଓ କ୍ୟାମେରାମ୍ୟାନ ଭାସି ଯାଇଥିଲେ । ଭାସିଯିବାର କିଛି ସମୟ ପରେ ଖୋଜାଖୋଜି ଆରମ୍ଭ ହୋଇଥିଲା । ଦେଶୀ ଡଙ୍ଗାରେ ଅରିନ୍ଦମଙ୍କୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର କରାଯାଇଥିଲା । ୪ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଏସସିବିରେ ଭର୍ତ୍ତି କରାଯାଇଥିଲା । ୨ ଗଣମାଧ୍ୟମ ପ୍ରତିନିଧିଙ୍କ ଅବସ୍ଥା ଗୁରୁତର ରହିଥିଲା । ଅରିନ୍ଦମଙ୍କ ଅକାଳ ମୃତ୍ୟୁ ହୋଇଛି । ଏବେବି ଓଡ୍ରାଫ୍ ଟିମର ଅନ୍ୟ ଜଣେ ସଦସ୍ୟ ନିଖୋଜ ଅଛନ୍ତି । ନିଖୋଜ ମୁର୍ମୁଙ୍କୁ ଓଡ୍ରାଫ୍ ସହ ଏନଡିଆରଏଫ୍ ଟିମ୍ ଖୋଜାଖୋଜି କରୁଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *