ପିପିଲି ଉପନିର୍ବାଚନ , ୭ ଦିନ ଭିତରେ ନାମାଙ୍କନ କରିବେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ପାଇଁ ବିଦ୍ଧିବଦ୍ଧ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁସାରେ, ମେ’ ୧୩ ତାରିଖରେ ପିପିଲି ଉପନିର୍ବାଚନ ଲାଗି ଭୋଟ୍ ଗ୍ରହଣ ହେବ । ୨୬ ତାରିଖ ସୁଦ୍ଧା ନାମାଙ୍କନପତ୍ର ଦାଖଲ କରିବେ କଂଗ୍ରେସ ପ୍ରାର୍ଥୀ ।  ୨୭ରେ ନାମାଙ୍କନପତ୍ର ଯାଞ୍ଚ ହେବ । ୨୯ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରି ହେବ । ମେ’ ୧୩ରେ ଭୋଟ୍ ଗ୍ରହଣ ପରେ ୧୮ ସୁଦ୍ଧା ସରିବ ନିର୍ବାଚନ ପ୍ରକ୍ରିୟା । ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏ ମତାନ ହେବ । କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତ ପରେ ପିପିଲି ଉପନିର୍ବାଚନ ସ୍ଥଗିତ ରହିଥିଲା । ପିପିଲି ବିଧାୟକ ଥିବା ପ୍ରଦୀପ ମହାରଥୀଙ୍କ ମୃତ୍ୟୁ ପରେ ଉପନିର୍ବାଚନ ପାଇଁ ଦିନ ଧାର୍ଯ୍ୟ ହୋଇଥିଲା । ମତଦାନକୁ ମାତ୍ର ୩ ଦିନ ଥିବାବେଳେ ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ହୋଇଥିବା ଅଜିତ୍ ମଙ୍ଗରାଜ କୋଭିଡ୍ ସଂକ୍ରମିତ ହୋଇ ପ୍ରାଣ ହରାଇଥିଲେ । ଫଳରେ ଉପନିର୍ବାଚନକୁ ସ୍ଥଗିତ ରଖିଥିଲେ ରିଟର୍ଣ୍ଣିଂ ଅଫିସର । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିର୍ବାଚନ ଆୟୋଗଙ୍କୁ ଜଣାଇଥିଲେ । ଉପନିର୍ବାଚନ ସ୍ଥଗିତ ରହିଥିବା ବେଳେ ପୂର୍ବ ନିର୍ଦ୍ଧାରିତ ନିର୍ବାଚନ ତାରିଖରେ ନୂଆ ମତଦାନ ଘୋଷଣା କରାଯାଇଛି । ବିଜେଡି ଟିକେଟରୁ ଦିବଙ୍ଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ମହାରଥୀ ଲଢ଼ୁଥିବା ବେଳେ ବିଜେପି ପକ୍ଷରୁ ଆଶ୍ରିତ ପଟ୍ଟନାୟକ ମୈଦାନରେ ଅଛନ୍ତି । ଏବେ କଂଗ୍ରେସ ପୁଣିଥରେ ପ୍ରାର୍ଥୀ ଦେବ । ତେବେ କିଏ ହେବ କଂଗ୍ରେସ ପ୍ରାର୍ଥୀ । ସେନେଇ ଦଳ କୌଣସି ନିଷ୍ପତ୍ତି ନେଇ ନଥିବା ବେଳେ ଦିବଙ୍ଗତ କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ପତ୍ନୀ ବନ୍ଦନକୁ ଦଳ ଟିକେଟ୍ ଦେଇପାରେ ବୋଲି ଚର୍ଚ୍ଚା ହେଉଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *