ନବୀନ ନିବାସରେ ନବ ନିର୍ବାଚିତ ପିପିଲି ବିଧାୟକ ରୁଦ୍ର ମହାରଥୀ

ଭୁବନେଶ୍ୱର: ନବୀନ ନିବାସରେ ନବ ନିର୍ବାଚିତ ପିପିଲି ବିଧାୟକ ରୁଦ୍ର ମହାରଥୀ । ନବୀନ ନିବାସ ଆସି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି  । ରୁଦ୍ରଙ୍କ ସହ ତାଙ୍କ ପତ୍ନୀ, ଭଉଣୀ ଏବଂ ମାଆ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ସହ କୃତଜ୍ଞତା ଜଣାଇଛନ୍ତି । ସେମାନଙ୍କ ସହ ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ, ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟ, ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ଏବଂ ସତ୍ୟବାଦୀ ବିଧାୟକ ଉମା ସାମନ୍ତରାୟ ମଧ୍ୟ ଉପସ୍ଥିତ ଥିଲେ । ସୂଚନା ଯୋଗ୍ୟ, ସଦ୍ୟ ସମାପ୍ତ ପିପିଲି ଉପ-ନିର୍ବାଚନରେ ବିଜେଡିରୁ ପ୍ରର୍ଥୀ ହୋଇଥିବା ରୁଦ୍ର ମହାରଥୀ ବିପୁଳ ବିଜୟ ହାସଲ କରିଛନ୍ତି । ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କୁ ପ୍ରାୟ ୨୦ ହଜାରରୁ ଊର୍ଦ୍ଧ୍ୱ ଭୋଟରେ ପରାସ୍ତ କରିଛନ୍ତି ରୁଦ୍ର ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *