ନୂଆ ମନ୍ତ୍ରିମଣ୍ଡଳକୁ ନେଇ ପ୍ରଥମ କ୍ୟାବିନେଟ ବୈଠକ, ୧ ଲକ୍ଷ କୋଟି ଟଙ୍କା କୃଷକଙ୍କୁ ମିଳିବ

ନୂଆଦିଲ୍ଲୀ:  ମୋଦୀ କ୍ୟାବିନେଟର ସମ୍ପ୍ରସାରଣ ପରେ ନୂଆ ମନ୍ତ୍ରୀ ମାନେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଯାହା ପରେ ଆଜି ସନ୍ଧ୍ୟାରେ ମୋଦୀ ସରକାରଙ୍କ ନୂତନ କ୍ୟାବିନେଟ୍ ବୈଠକ ବସିଥିଲା । କ୍ୟାବିନେଟ୍ ସମ୍ପ୍ରସାରଣ ପରେ ଏହା ହେଉଛି ପ୍ରଥମ ବୈଠକ। ସ୍ୱାସ୍ଥ୍ୟ ଓ କୃଷି କ୍ଷେତ୍ର ପାଇଁ କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି ଯେ ସରକାର ମଣ୍ଡି ଗୁଡିକର ସଶକ୍ତିକରଣ ଚାହୁଁଛନ୍ତି। ସେ କହିଛନ୍ତି ଯେ ଏକ ଲକ୍ଷ କୋଟି ଟଙ୍କା ମଣ୍ଡି ମାଧ୍ୟମରେ ଚାଷୀଙ୍କ ପାଖରେ ପହଞ୍ଚିବ ବୋଲି ନିଷ୍ପତ୍ତି ହୋଇଛି । ସେହିପରି ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କରି କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର କହିଛନ୍ତି ଯେ ଏପିଏମସି ଜାରି ରହିବା ସହ ମଣ୍ଡି ମାଧ୍ୟମରେ ଏକ ଲକ୍ଷ କୋଟି ଟଙ୍କା ଚାଷୀଙ୍କୁ ଦେବା ପାଇଁ ନିଷ୍ପତ୍ତି ନିଆଯାଇଛି  ।

ଯେଉଁ ଚାଷୀ ମାନେ ଆନ୍ଦୋଳନରତ ଅଛନ୍ତି ସେମାନଙ୍କୁ ମଧ୍ୟ ଏପିଏମସି ଜରିଆରେ ସିଧାସଳଖ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଦିଆଯାଇଛି  । ଏଥିସହ ନଡିଆ ଚାଷୀଙ୍କୁ ଲାଭ ପହଞ୍ଚଇବା ପାଇଁ ନଡିଆ ବୋର୍ଡରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି  । ସ୍ୱାସ୍ଥ୍ୟ କ୍ଷେତ୍ର ପାଇଁ ମଧ୍ୟ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ୨୩ ହଜାର ୧୦୦ କୋଟି ଟଙ୍କା ଏମର୍ଜେନ୍ସି ପ୍ୟାକେଜ ଘୋଷଣା କରିଛନ୍ତି ସରକାର  । ଏହି ଅର୍ଥ କେନ୍ଦ୍ର ଓ ରାଜ୍ୟର ମିଳିତ ଉଦ୍ୟମରେ ଦିଆଯିବ  । ଏଥିରେ କୋଭିଡ ହସ୍ପିଟାଲ ଓ ଆବଶ୍ୟକ ଭିତ୍ତିଭୂମିରେ ଆବଶ୍ୟକ ବ୍ୟବସ୍ଥା କରାଯିବ  । ତେବେ କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ପରିବର୍ତ୍ତନ କରାଯିବା ପରେ ନୂଆ ଦାୟିତ୍ୱ ନେଇଥିବା ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁରଙ୍କ ଅଧ୍ୟକ୍ଷତାରେ ସାମ୍ବାଦିକ ସମ୍ମିଳନୀରେ ଏହି ଗୁରୁତ୍ୱପୂର୍ଣ୍ଣ ଘୋଷଣା ହୋଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *