ଜେଲରୁ ବାହାରିଲେ ଗୋପାଳପୁର ବିଧାୟକ, ମିଳିଛି ସର୍ତ୍ତ ମୂଳକ ଜାମିନ

ଭୁବନେଶ୍ୱର: ଜେଲରୁ ବାହାରିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ୬ଟି ମାମଲାରେ ହାଇକୋର୍ଟରୁ ଜାମିନ ପରେ ଜେଲରୁ ବାହାରିଛନ୍ତି ପ୍ରଦୀପ । ଷଷ୍ଠ ମାମଲାରେ କାଲି ହାଇକୋର୍ଟ ଦେଇଥିଲେ ଜାମିନ । ଡିସେମ୍ବର ୪ରେ ପ୍ରଦୀପଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା । ଟାଟା କମ୍ପାନୀରେ ଚାକିରି ଦେବା ନାଁରେ ଠକେଇ ଅଭିଯୋଗରେ ଗିରଫ ହୋଇଥିଲେ  ଗୋପାଳ ବିଧାୟକ । ୨ ଲକ୍ଷ ଟଙ୍କା ବ୍ୟକ୍ତିଗତ ମୁଚାଲିକାରେ ପ୍ରଦୀପଙ୍କୁ ଜାମିନ ଦେଇଛନ୍ତି ହାଇକୋର୍ଟ  । ମେ ୨୦ ତାରିଖରେ ମାମଲାରେ କୋର୍ଟ ଜାମିନ ଖାରଜ କରିଥିଲେ । ଏହା ବିରୋଧରେ ହାଇକୋର୍ଟରେ ଆବେଦନ କରିଥିଲେ ପ୍ରଦୀପ ପାଣିଗ୍ରାହୀ । ଚାକିରି ଦେବା ନାଁରେ ଠକେଇକୁ ନେଇ କୌଣସି ଠୋସ୍‌ ପ୍ରମାଣ ପ୍ରଦୀପଙ୍କ ବିରୋଧରେ ମିଳିନଥିବା ବେଳେ ଅଭିଯୋଗକାରୀ କାହିଁକି ବିଳମ୍ବରେ ଥାନାରେ ଅଭିଯୋଗ କଲେ ସେନେଇ ମଧ୍ୟ ସଠିକ୍‌ ଉତ୍ତର ଦେଇପାରିନଥିଲେ । ତେବେ ପ୍ରଦୀପ ଜେଲରୁ ବାହାରିବା ପରେ ମାମଲା ସହ ଜଡ଼ିତ କୌଣସି ବ୍ୟକ୍ତିଙ୍କ ସହ ଯୋଗାଯୋଗ କିମ୍ବା ପ୍ରମାଣ ନଷ୍ଟ କରିପାରିବେ ନାହିଁ ବୋଲି କୋର୍ଟ ସର୍ତ୍ତ ରଖିଛନ୍ତି । ଏଥିସହ ଗଣମାଧ୍ୟମରେ ମଧ୍ୟ ଏନେଇ କୌଣସି ପ୍ରତିକ୍ରିୟା ରଖିପାରିବେ ନାହିଁ । ଏହିସବୁ ସର୍ତ୍ତ ଖଣ୍ଡନ କଲେ ବେଲ୍‌ ଖାରଜ ହେବ ବୋଲି ହାଇକୋର୍ଟ କହିଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *