ସନ୍ତୋଷ କୁମାର ତ୍ରିପାଠୀ ହେଲେ ଫକୀର ମୋହନ ବିଶ୍ୱବିଦ୍ୟାଳୟର ନୂଆ କୁଳପତି

ବାଲେଶ୍ୱର: ଫକୀର ମୋହନ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ହେଲେ ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ। ତାଙ୍କୁ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ନିଯୁକ୍ତ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ସୂଚନା ଅନୁଯାୟୀ, ତାଙ୍କୁ ଆସନ୍ତା ୪ ବର୍ଷ ପାଇଁ ଫକିର ମୋହନ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ନିଯୁକ୍ତ କରାଯାଇଛି । ଶ୍ରୀ ତ୍ରିପାଠୀ ଉତ୍କଳ ବିଶ୍ୱବିଦ୍ୟାଳୟର ପିଏମ୍ ଆଇଆର ବିଭାଗର ପ୍ରଫେସର ଥିଲେ । ତେବେ ତାଙ୍କର ୩୦ ବର୍ଷରୁ ଅଧିକ ହେବ ଶିକ୍ଷକତା ଅଭିଜ୍ଞତା ରହିଛି। ସେ ୧୦ଟି ପୁସ୍ତକ ଲେଖିଥିବା ବେଳେ, ୧୭ ଜଣ ପିଏଚଡି ଓ ୪୦ ଜଣ ସ୍କଲାରଙ୍କୁ ଗାଇଡ କରିଥିବା ଜଣାପଡିଛି।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *