ରଥ ଗୁଣ୍ଡିଚା ମନ୍ଦିରରେ ଲାଗିସାରିବା ପରେ ପୁରୀରେ ସାମାନ୍ୟ କୋହଳ ହେଲା କର୍ଫ୍ୟୁ

ପୁରୀ: ପୁରୀରେ ପ୍ରଶାସନ ପକ୍ଷରୁ ରଥଯାତ୍ରା ନିମନ୍ତେ କରାଯାଇଥିବା କର୍ଫ୍ୟୁ ରେ କୋହଳ। ଆଜି ସନ୍ଧ୍ୟା ୮ ଘଟିକା ପର୍ଯ୍ୟନ୍ତ ପୂର୍ବରୁ ଜାରି ଥିବା କର୍ଫ୍ୟୁ କଟକଣାକୁ ପ୍ରତ୍ୟାହାର।ତେବେ କୁମ୍ଭାରପଡା ସାହିର ମିଶ୍ର ଲେନ ଦେଇ ବଡଶଙ୍ଖରୁ ବାନାମ୍ବର ଛକ, ପୁରୁଣା ନବକଳେବର ରୋଡ ଦେଇ ବାନାମ୍ବର ଛକ ଠାରୁ ମାଟିଆପଡା ଛକ, ମାଟିଆପଡା ଛକ ଠାରୁ ଆଶୁତୋଷ ମଠ ଛକ, ଆଶୁତୋଷ ମଠ ଛକ ଠାରୁ ନୀଳକଣ୍ଠ ମନ୍ଦିର ଛକ, ନୀଳକଣ୍ଠ ମନ୍ଦିର ଛକ ଠାରୁ ବଡଶଙ୍ଖ ପର୍ଯ୍ୟନ୍ତ କର୍ଫ୍ୟୁ କଟକଣା ରହିବ। ଆସନ୍ତା କାଲି ବୁଧବାର ସକାଳ ୬ ଘଟିକା ପର୍ଯ୍ୟନ୍ତ ବଳବତ୍ତର ରହିବ। ଶ୍ରୀ ଜୀଉ ମାନଙ୍କ ଆଡପ ମଣ୍ତପ ବିଜେ ପହଣ୍ତି ନିମନ୍ତେ ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। ଏହି ସମୟ ମଧ୍ୟରେ ଉକ୍ତ ଅଞ୍ଚଳରେ ସମସ୍ତ ଦୋକାନ ଓ ବଜାର, ଔଷଧ ଦୋକାନ, ବାଣିଜ୍ୟିକ ପ୍ରତିଷ୍ଠାନ, କାର୍ଯ୍ୟାଳୟ ବନ୍ଦ ରହିବ। ସାଧାରଣ ଲୋକଙ୍କ ଚଳପ୍ରଚଳ ଉପରେ କଟକଣା ଜାରି କରାଯାଇଛି। କେବଳ ସ୍ୱୀକୃତିପ୍ରାପ୍ତ ଏବଂ ଅତ୍ୟାବଶ୍ୟକୀୟ ସାମଗ୍ରୀ ବହନ କରିଥିବା ଗାଡିକୁ ଛାଡିଦେଲେ ଅନ୍ୟଗାଡି ଗୁଡିକ ଯିବା ଆସିବା ଉପରେ ମଧ୍ୟ ଏହି କଟକଣା ବଳବତ୍ତର ରହିବ। ଏଥିନିମନ୍ତେ ସହଯୋଗ କରିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *