ଆଜି ଜଗାଦର୍ଶନ ୪ଘଣ୍ଟା ପାଇଁ କରିପାରିବେନି ଭକ୍ତ

ପୁରୀ: ଆଜି ୪ ଘଣ୍ଟା ଧରି ବନ୍ଦ ରହିବ ଶ୍ରୀମନ୍ଦିର । ଏହି ସମୟରେ ସାଧାରଣ ଦର୍ଶନ ବି ୪ ଘଣ୍ଟା ଧରି ବନ୍ଦ ରହିବ । ଆଜି ଫାଲଗୁନ କୃଷ୍ଣ ପଞ୍ଚମୀ ତିଥୀରେ ମହାପ୍ରଭୁ ଜଗନ୍ନାଥଙ୍କ ବନକଲାଗି ବା ଶ୍ରୀମୁଖସିଂହାର ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ଡପରେ ଦତ ମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି କରିବେ । ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଂଟ ଚୂଡାନ୍ତ ହୋଇଛି । ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୪ ଘଣ୍ଟା ଧରି ଏହି ନୀତି ଗୋପନରେ ଚାଲିବ । ଏଥିପାଇଁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ବନ୍ଦ ରହିବ ଜଗାଦର୍ଶନ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *