ଦୁର୍ବଳ ହୋଇଛି ଲଘୁଚାପ ତଥାପି୨ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦୁର୍ବଳ ହୋଇଛି ଲଘୁଚାପ । ଛତିଶଗଡ ଏବଂ ମଧ୍ୟପ୍ରଦେଶ ମଧ୍ୟରେ ରହିଛି ଲଘୁଚାପ । ପ୍ରଭାବରେ ଆଜି ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ହେବାର ସମ୍ଭାବନା ରହିଛି । ଦୁଇଟି ଜିଲ୍ଲା ସୁନ୍ଦରଗଡ଼ ଏବଂ ଝାରସୁଗୁଡା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ନୂଆପଡା, ବଲାଙ୍ଗିର, ସମ୍ବଲପୁର, ବରଗଡ, ଦେବଗଡ଼ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡ଼ା ଜିଲ୍ଲାକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲିଠୁ ପାଗରେ ଆସିବ ପରିବର୍ତ୍ତନ । ଅବିଶ୍ରାନ୍ତ ବର୍ଷା ପରେ ବି ରାଜ୍ୟରେ ୧୪ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ଜୁନ୍ ୧ ତାରିଖରୁ ୯୧୧.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଦୁଇଟି ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବାବେଳେ ୧୮ଟି ଜିଲ୍ଲାରେ ସ୍ୱାଭାବିକ ଏବଂ ୧୦ ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ଦୁଇ ଦିନ ମଧ୍ୟରେ ସେପ୍ଟେମ୍ବର ମାସର ସ୍ୱାଭାବିକ ବର୍ଷା ଠାରୁ ୬୦ ପ୍ରତିଶତ ଅଧିକ ବର୍ଷା ହୋଇଛି

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *