୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ତତ୍ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ୩ ଜିଲ୍ଲା ବାଲେଶ୍ବର, ଭଦ୍ରକ ଏବଂ ମୟୂରଭଞ୍ଜରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହା ସହ ୧୦ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି ।

ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କଟକ, ଢେଙ୍କାନାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ୟେଲୋ ଆର୍ଲଟ ଦିଆଯାଇଛି । ସେହିଭଳି ୧୯ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ । ୨୦ ତାରିଖରେ ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ନୂଆପଡ଼ା, ବଲାଙ୍ଗିର ଓ ଦେବଗଡ଼ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ୨୧ ତାରିଖରୁ ୨୨ ତାରିଖ ସକାଳ ୮ଟା ୩୦ ଯାଏଁ ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲା ପାଇଁ ୟେଲୋ ଆଲର୍ଟ ରହିଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *