ଆସନ୍ତାକାଲି ଦେବସ୍ନାନ ପୂର୍ଣ୍ଣିମା, ଶ୍ରୀକ୍ଷେତ୍ରରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି

ପୁରୀ: ଆସନ୍ତାକାଲି ମହାବାହୁଙ୍କ ସ୍ନାନଯାତ୍ରା । ସ୍ନାନବେଦୀରେ ଶ୍ରୀବିଗ୍ରହଙ୍କ ହେବ ମହାସ୍ନାନ। ପୂର୍ବବର୍ଷ ପରି ଚଳିତବର୍ଷ ମଧ୍ୟ ବିନା ଭକ୍ତରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବ। ସ୍ୱତ୍ତ୍ୱଲିପି ଅନୁଯାୟୀ ଆବଶ୍ୟକ ସଂଖ୍ୟକ ସେବାୟତ ନିୟୋଜିତ ହେବେ। ମଙ୍ଗଳ ଆଳତୀ ପରେ ବିଭିନ୍ନ ବାଡ଼ର ଦଇତା ସେବକ ସିଂହଦ୍ୱାର ଦେଇ ପ୍ରବେଶ କରିବା ପରେ ମହାପ୍ରଭୁଙ୍କ ଆଶୀର୍ବାଦ ନେଇ ଫେରିଛନ୍ତି । ସ୍ନାନଯାତ୍ରା ଲାଗି ଆଜି ରାତିରୁ ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ ହେବ । ଶ୍ରୀଜିଉମାନେ ଧାଡି ପହଣ୍ଡିରେ ସ୍ନାନମଣ୍ଡପକୁ ବିଜେ କରିବେ । ୨୪ ତାରିଖ ସକାଳୁ ସ୍ନାନବେଦୀରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ଗଜାନନ ବେଶ ଅନୁଷ୍ଠିତ ହେହବ । ଅପରାହ୍ନରେ ଗଜଓଲାଗି ବେଶ ପରେ ଆରମ୍ଭ ହେବ । ବାହୁଡ଼ା ପହଣ୍ଡି  ଏହିପରେ ଶ୍ରୀଜିଉଙ୍କ ଅଣସର ନୀତି ଆରମ୍ଭ ହେବ।

ଦେବସ୍ନାନ ପୂର୍ଣ୍ଣିମା ପାଇଁ ସହରର ବିଭିନ୍ନ ସ୍ଥାନରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ଆଜି ରାତି ୧୦ଟାରୁ ୨୫ ତାରିଖ ଭୋର ୨ଟା ପର୍ଯ୍ୟନ୍ତ ବଳବତ୍ତର ଏହା ରହିବ। ତେବେ ସୁରକ୍ଷା ବ୍ୟବସ୍ଥା ଲାଗି ସହରକୁ ୬ଟି ଜୋନରେ ବିଭକ୍ତ କରାଯାଇଛି। ୫ ଜଣ ଅତିରିକ୍ତ ଏସପି, ୩୫ ପ୍ଲାଟୁନ ଫୋର୍ସ, ୨୩ ଡିଏସ୍ପି, ୪୧ରୁ ଅଧିକ ଇନ୍ସପେକ୍ଟର ଓ ୧୫୦ରୁ ଅଧିକ ଅଧିକାରୀ ମୁତୟନ ହେବେ। ଶ୍ରୀମନ୍ଦିର ଚତୁଃପାର୍ଶ୍ୱ, ବଡ଼ଦାଣ୍ଡ ଓ ପୁରୀ ପ୍ରବେଶ ପଥରେ ୧୫ଟି ସିସିଟିଭି କ୍ୟାମେରା ଲାଗିବ । କେବଳ ପାସଧାରୀ ସେବାୟତଙ୍କୁ ଶ୍ରୀମନ୍ଦିରକୁ ଛଡ଼ାଯିବ। ଜଳଲାଗି ଓ ହାତୀବେଶ ସମୟରେ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ଗହଳି ଏଡ଼ାଇବା ବ୍ୟବସ୍ଥା ହୋଇଛି । କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜନ ସମାଗମକୁ ବାରଣ କରିବା ଉଦ୍ଦେଶ୍ୟରେ ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି କରାଯାଇଛି।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *