ବରିଷ୍ଠ ରାଜନେତା ରାମକୃଷ୍ଣ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର: ବରିଷ୍ଠ ରାଜନେତା ରାମକୃଷ୍ଣ ପଟ୍ଟନାୟକଙ୍କ ପରଲୋକ । ୮୧ ବର୍ଷ ବୟସରେ ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ଦେହାନ୍ତ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ରାମକୃଷ୍ଣଙ୍କ ପରଲୋକ ଘଟିଛି । ଏ ନେଇ ସୂଚନା ଦେଇଛନ୍ତି ରାମକୃଷ୍ଣଙ୍କ ଝିଅ ଅନୀତା ।

ରାମକୃଷ୍ଣ ପଟ୍ଟନାୟକ ଅର୍ଥମନ୍ତ୍ରୀ ସହ ଏକାଧିକ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ଗଞ୍ଜାମ କୋଦଳାରୁ ବିଧାନସଭାକୁ ୬ ଥର ନିର୍ବାଚିତ ହୋଇଥିଲେ ରାମକୃଷ୍ଣ ।

ଜନତା ପାର୍ଟି, ଜନତା ଦଳ ଓ ବିଜେଡି ଦଳ ଟିକେଟରେ ନିର୍ବାଚିତ ହୋଇ ବିଧାନସଭାକୁ ଆସିଥିଲେ । ୧୯୭୧ରେ ପ୍ରଥମ ଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ରାମକୃଷ୍ଣ । ପରେ ୧୯୭୭, ୧୯୮୦, ୧୯୯୦, ୧୯୯୫ ଓ ୨୦୦୦ ମସିହାରେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *