ଦୂଷିତ ପାଣି ପିଇ ଚାଲିଗଲା ୬ ଜଣଙ୍କ ଜୀବନ

ବେଙ୍ଗାଲୁରୁ : ଜୀବନ ନେଇଗଲା ଦୂଷିତ ପାଣି । ସ୍ୱଚ୍ଛ ପାଣି ପାଇଁ ଡହକବିକଳ ଲୋକେ । କର୍ଣ୍ଣାଟକର ବିଜୟନଗରରେ ଦୂଷିତ ପାଣି ପିଇବା ପରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଅସୁସ୍ଥ ହୋଇପଡିଛନ୍ତି । ତେବେ ମୃତ୍ୟୁ ସମ୍ପର୍କରେ ଜାଣିବା ପରେ ମୁଖ୍ୟମନ୍ତ୍ରୀ ବସବରାଜ ବୋମାଇ ତୁରନ୍ତ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ହେଲେ ଏଇଠି ପ୍ରଶ୍ନ ଉଠୁଛି ଏ ମୃତ୍ୟୁ ପାଇଁ ଦାୟୀ କିଏ ? କର୍ଣ୍ଣାଟକର ବିଜୟନଗର ଜିଲ୍ଲାର ମକରବି ଗାଁରେ ଏପରି ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଏହିଁ ଗାଁରେ ଦୂଷିତ ପାଣି ପିଇ ୬ ଜଣ ଜୀବନ ହାରିଛନ୍ତି । ଏହାସହ ମକରବି ଗାଁର ଅନେକ ଲୋକ ଅସୁସ୍ଥ ଥିବା ଜଣାପଡ଼ିଛି । ଅସୁସ୍ଥଙ୍କୁ ବର୍ତ୍ତମାନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ୬ ଜଣଙ୍କ ମୃତ୍ୟୁ ପରେ ପ୍ରଶାସନକୁ ଦାୟୀ କରି ତାତି ଉଠିଛନ୍ତି ସ୍ଥାନୀୟ ଲୋକେ । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ବସବରାଜ ବୋମାଇ ନିଜେ ଘଟଣା ସମ୍ପର୍କରେ ଖବର ନେବା ସହ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ଏହି ଘଟଣାର ତଦନ୍ତ ପାଇଁ ମୁନିଶ ମୋଦଗିଲଙ୍କୁ ସ୍ୱତନ୍ତ୍ର ନିଯୁକ୍ତ କରାଯାଇଛି । ମୃତକଙ୍କ ପରିବାରକୁ ପ୍ରତ୍ୟେକଙ୍କୁ ତିନି ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ବସବରାଜ ବୋମାଇ କହିଛନ୍ତି \”ଦୁଃଖର ବିଷୟ ଯେ ଦୂଷିତ ପାଣି ବ୍ୟବହାର ଯୋଗୁଁ ଲୋକମାନେ ମୃତ୍ୟୁବରଣ କରିଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *