୧୬ ଯାଏ ୬ ଯୋଡ଼ା ସ୍ୱତନ୍ତ୍ର ଟ୍ରେନ ବାତିଲ

ଭୁବନେଶ୍ୱର : ଯାତ୍ରୀ ହେଉ ନ ଥିବାରୁ ଦୈନିକ ଚଳାଚଳ କରୁଥିବା ଆଉ ୬ ଯୋଡ଼ା ମେମୁ/ପାସେଞ୍ଜର ଟ୍ରେନ୍‌କୁ ୧୬ ତାରିଖ ପର୍ଯ୍ୟନ୍ତ ବାତିଲ କରାଯାଇଛି। ରାଜ୍ୟ ସରକାରଙ୍କ ଦ୍ବାରା ଜାରି କରାଯାଇଥିବା ନିର୍ଦ୍ଦେଶାବଳୀ ଅନୁଯାୟୀ ଏବଂ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ବୃଦ୍ଧିର ଶୃଙ୍ଖଳାକୁ ଭାଙ୍ଗିବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଏଭଳି ନିଷ୍ପତ୍ତି ହୋଇଛି। ଉକ୍ତ ଟ୍ରେନ୍‌ଗୁଡିକ ହେଲା ଭୁବନେଶ୍ବର-କେନ୍ଦୁଝରଗଡ଼-ଭୁବନେଶ୍ବର ସ୍ବତନ୍ତ୍ର ଟ୍ରେନ୍‌ (୦୮୪୫୬/୦୮୪୫୫), ଭୁବନେଶ୍ବର-ଭଦ୍ରକ- ଭୁବନେଶ୍ବର ସ୍ବତନ୍ତ୍ର ଟ୍ରେନ (୦୮୪୧୨/୦୮୪୧୧), କଟକ-ଭଦ୍ରକ-କଟକ ସ୍ବତନ୍ତ୍ର ଟ୍ରେନ(୦୮୪୩୮/୦୮୪୩୭), କଟକ-ପାରାଦୀପ-କଟକ ବିଶେଷ ଟ୍ରେନ(୦୮୪୬୧/୦୮୪୬୨), କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ(୦୮୪୫୪/୦୮୪୫୩) ଓ ବିଶାଖାପାଟଣା-ରାୟପୁର-ବିଶାଖାପାଟଣା ସ୍ବତନ୍ତ୍ର ଟ୍ରେନ (୦୮୫୨୮/୦୮୫୨୭)।

 
Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *