ପୁରୀ ଛଡ଼ା ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ହେବନି ରଥଯାତ୍ରା

ନୂଆଦିଲ୍ଲୀ: ପୁରୀ ଛଡ଼ା ଆଉ କେଉଁଠି ରଥଯାତ୍ରା ହୋଇପାରିବନି । ଏପରି ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ । ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ ପ୍ରଧାନ ବିଚାରପତି ଜଷ୍ଟିସ୍ ଏନ.ଭି ରମଣାଙ୍କ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି । କେନ୍ଦ୍ରାପଡ଼ା, ନୀଳଗିରି, ଭଟଲି ସହ ଅନ୍ୟସ୍ଥାନରେ ରଥଯାତ୍ରା ହେବାପାଇଁ ଏକାଧିକ ଆବେଦନ ହୋଇଥିଲା  । ଯାହାକୁ ଖାରଜ କରି ଦେଇଛନ୍ତି ଖଣ୍ଡପୀଠ । ପ୍ରଧାନ ବିଚାରପତି କହିଛନ୍ତି, ଏପରି ନିଷ୍ପତ୍ତିରେ ଖଣ୍ଡପୀଠ ଖୁସି ନୁହେଁ । କିନ୍ତୁ କୋଭିଡ୍ ସମୟରେ ଖଣ୍ଡପୀଠ ଏପରି ରାୟ ଶୁଣାଇବାକୁ ନାଚାର । ଆସନ୍ତାବର୍ଷ ପ୍ରଭୁ ସବୁଠି ରଥଯାତ୍ରା ଆୟୋଜନ ନେଇ ଅନୁମତି ଦେବେ ବୋଲି ଖଣ୍ଡପୀଠ ଆଶା କରିଛନ୍ତି  । ପୂର୍ବରୁ ଏ ନେଇ ହାଇକୋର୍ଟ ମଧ୍ୟ ସବୁ ଆବେଦନ ଖାରଜ କରି କେବଳ ପୁରୀରେ ରଥଯାତ୍ରା କରିବାକୁ ଅନୁମତି ଦେଇଥିଲେ । ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ବିଭିନ୍ନ ସଂଗଠନ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ । ଯାହାକୁ ସର୍ବୋଚ୍ଚ ଅଦାଲତ ଖାରଜ କରିଦେଇଛନ୍ତି । କୋଭିଡ ସ୍ଥିତିକୁ ନଜରରେ ରଖି ଆସିଛି ଏହି ରାୟ । ଗତବର୍ଷ ପୁରୀରେ ରଥଯାତ୍ରା ପାଇଁ ସର୍ତ୍ତମୂଳକ ଅନୁମତି ଦେଇଥିଲେ ସୁପ୍ରିମକୋର୍ଟ । କଟକଣା ଭିତରେ କରୋନା ଗାଇଡଲାଇନ୍ ମାନି ପୁରୀରେ ଘୋଷଯାତ୍ରା ଅନୁଷ୍ଠିତ ହୋଇଥିଲା । ମହାମାରୀ ମୁକାବିଲାରେ ଓଡ଼ିଶା ସରକାରଙ୍କ ଭଲ ଅଭିଜ୍ଞତା ରହିଛି । ଏ ଦିଗରେ ନବୀନ ପଟ୍ଟନାୟକଙ୍କ ସରକାର ଉଲ୍ଲେଖନୀୟ ପଦକ୍ଷେପ ନେଇଥିବା ସୁପ୍ରିମକୋର୍ଟ କହିଥିଲେ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *