କାଲି ସକାଳ ସୁଦ୍ଧା ୨୦ ଜିଲ୍ଲା ସାବଧାନ୍ !

ଭୁବନେଶ୍ୱର : ରାଜ୍ୟରେ କାଲି ସକାଳ ସୁଦ୍ଧା ଝଡବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଦିଆଯାଇଛି । ସେହି ୫ଟି ଜିଲ୍ଲା ହେଉଛି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା ଓ ମୟୂରଭଞ୍ଜ। ଏହା ସହ ଅନ୍ୟ ୧୭ଟି ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ରାୟଗଡା, ବୌଦ୍ଧ, ଢେଙ୍କାନାଳ ଓ କେନ୍ଦୁଝରରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ତେବେ ଜୁନ୍ ୧୧ରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଓଡିଶାକୁ ମୌସୁମୀ ପ୍ରବେଶ କରିବାରେ ସହାୟକ ହୋଇପାରେ ଲଘୁଚାପ । ଜୁନ ୧୦ରୁ ୧୪ ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *