ଆଜି ଓଡ଼ିଶାରେ ପୁଣି ୪୦ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

 ଭୁବନେଶ୍ୱର :  ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୯୭୦ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ ରହିଥିବା କଟକ, ବରଗଡ଼ ଓ ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ, ପୁରୀ ଜିଲ୍ଲାରୁ ୪ ଜଣ, ଅନୁଗୁଳ, ଗଞ୍ଜାମ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି କଳାହାଣ୍ଡି ଜିଲ୍ଲାରୁ ୨ ଜଣ ରହିଥିବା ବେଳେ ଭଦ୍ରକ, ଢେଙ୍କାନାଳ, ଯାଜପୁର, କୋରାପୁଟ, ନବରଙ୍ଗପୁର ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *