ସାମ୍ବାଦିକଙ୍କୁ ଟିକା ଲାଗି କେନ୍ଦ୍ରକୁ ଚିଠି ଲେଖିଲା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ବର : ରାଜ୍ୟ ସରକାର ସାମ୍ବାଦିକଙ୍କୁ ଟିକା ଲାଗି କେନ୍ଦ୍ରକୁ ଚିଠି ଲେଖିଛନ୍ତି । ଟୀକାକରଣରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସାମିଲ କରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ଚିଠି ଲେଖିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ସ୍ବାସ୍ଥ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଟୀକାକରଣରେ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମର ସାମ୍ବାଦିକଙ୍କୁ ସାମିଲ କରାଯିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟକୁ ଚିଠି ଲେଖିଛନ୍ତି। ସେହିପରି ବିମାନବନ୍ଦର, ରେଲୱେ, ବନ୍ଦର କର୍ମଚାରୀଙ୍କୁ ଟିକା ପାଇଁ ଅନୁରୋଧ କରାଯାଇଛି। ପାନୀୟ ଜଳ ଯୋଗାଣ ଓ ବିଦ୍ୟୁତ ଯୋଗାଣ ବିଭାଗରେ କାର୍ଯ୍ୟରତ କର୍ମଚାରୀଙ୍କୁ ମଧ୍ୟ କରୋନା ଟିକା ଦିଆଯାଉ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି। ସେହିପରି ଚିଠିରେ ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିରର ସେବାୟତଙ୍କୁ ସାମଲି ପାଇଁ ଅନୁରୋଧ କରାଯାଇଛି।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *