ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ

ଭୁବନେଶ୍ୱର: ଗୋଟିଏ ଗଲା ଆଉ ଗୋଟିଏ ଆସୁଛି, ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ । ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଏକ ଘୂର୍ଣ୍ଣିବଳୟ । ଆସନ୍ତା କାଲି ସୁଦ୍ଧା ଏହା ଅଧିକ ଘନୀଭୂତ ହୋଇ ଉତ୍ତର ଓ ଆଖପାଖ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଓ୍ବେଲମାର୍କ ଲୋ ପ୍ରେସରରେ ପରିଣତ ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠାରୁ ପାଗରେ ପରିବର୍ତ୍ତନ ହେବ । ବିଶେଷ କରି ଉତ୍ତର, ଉପକୂଳ ଏବଂ ପଶ୍ଚିମ ଓଡ଼ିଶା ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଲଘୁଚାପର ପ୍ରଭାବ ୧୫ ତାରିଖ ପର୍ଯ୍ୟନ୍ତ ରହିବ । ବର୍ଷା ସମୟରେ ଘଣ୍ଟାପ୍ରତି ୫୦ ରୁ ୬୦ କିମି ବେଗରେ ପବନ ବହିବ । ସମୁଦ୍ରରେ ଉଚ୍ଚ ଜୁଆର ପାଇଁ ୧୨ ରୁ ୧୪ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଲଘୁଚାପ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାରେ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ନିର୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *