ବଙ୍ଗୋପସାଗରରେ ଦାନା ବାନ୍ଧିଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର : ଚାଷୀଙ୍କ ପାଇଁ ଖୁସି ଖବର  । ବଦଳିପାରେ ମରୁଡ଼ି ପରିସ୍ଥିତି  । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତାକାଲି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠୁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଆଜି ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି । ଯାହା ଘନୀଭୂତ ହୋଇ ଆସନ୍ତାକାଲି ସନ୍ଧ୍ୟାରେ ଲଘୁଚାପରେ ପରିଣତ ହେବ । ଏହାର ପ୍ରଭାବରେ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝରରେ ବର୍ଷାର ପରିମାଣ ବଢିପାରେ । ଏସବୁ ଜିଲ୍ଲା ସମେତ ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, ବୌଦ୍ଧ, ଅନୁଗୁଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଏସବୁ ଜିଲ୍ଲାଗୁଡିକୁ ୟେଲୋ ଆଲର୍ଟ ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ରାଜ୍ୟରେ ଜୁନ୍ ପହିଲାରୁ ଏବେ ସୁଦ୍ଧା ମୋଟ ୫୯୮ ଦଶମିକ ୬ ମିଲିମିଟର ବର୍ଷା ହୋଇଛି । ଏହି ସମୟରେ ୮୬୯ ମିଲିମିଟର ବର୍ଷା ହେବା କଥା । ରାଜ୍ୟରେ ଏବେ ୩୧ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ତେବେ ଆଗକୁ ଲଘୁଚାପ ପ୍ରଭାବରେ ଭଲ ବର୍ଷା ହେବାର ସମ୍ଭାବନା ରହିଛି । ଏହା ଦ୍ୱାରା ନିଅଣ୍ଟିଆ ବର୍ଷା ପୂରଣ ହେବାର ଆଶା ରହିଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *