ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ୍ ଆରମ୍ଭ

ଭୁବନେଶ୍ୱର: ସଂକ୍ରମଣକୁ ଚେକ୍ ଦେବାକୁ ସପ୍ତାହନ୍ତ ସଟଡାଉନ୍ । ଆଜିଠୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ୱିକେଣ୍ଡ ସଟଡାଉନ୍ ବା ସପ୍ତାହନ୍ତ ସଟଡାଉନ୍ ଲାଗୁ ହୋଇଛି । ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ୬ ହଜାର ଟପିଥିବା ବେଳେ ରାଜ୍ୟର ସମସ୍ତ ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ ସହ ଶନିବାର ଓ ରବିବାର ସପ୍ତାହନ୍ତ ସଟଡାଉନ୍ ଲାଗୁ ହୋଇଛି । ସପ୍ତାହନ୍ତ ସଟଡାଉନ୍ ପାଇଁ କଟକ-ଭୁବନେଶ୍ୱର ଟ୍ୱିନ୍ ସିଟିରେ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରଯାଇଛି । କଟକରେ ୨୫ ଓ ଭୁବନେଶ୍ୱରର ୪୩ଟି ସ୍ଥାନରେ ପୋଲିସ ନାକାବାନ୍ଦୀ କରିଛି । ଏହି ସମୟରେ କେବଳ ଜରୁରୀକାଳୀନ ସେବାରେ ନିୟୋଜତି ବ୍ୟକ୍ତି ଘରୁ ବାହାରି ପାରିବେ । ଯାଞ୍ଚ ସମୟରେ ଅନୁଷ୍ଠାନ ପ୍ରଦତ୍ତ ପରିଚୟ ପତ୍ର ଦେଖାଇବାକୁ ପଡ଼ିବ । ପାସର କୌଣସି ବ୍ୟବସ୍ଥା ନାହିଁ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *