ଓଡିଶାର ଏହି ଜିଲ୍ଲାରେ ସାପ୍ତାହିକ ହାଟ ବନ୍ଦ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ ବଢିବାରେ ଲାଗିଛି । ଏହାରି ମଧ୍ୟରେ ଝାରସୁଗୁଡା ଜିଲ୍ଲାରେ ସମସ୍ତ ସାପ୍ତାହିକ ହାଟ ବନ୍ଦ କରାଯାଇଛି । ଆସନ୍ତା ୩ ସପ୍ତାହ ପାଇଁ ଜିଲ୍ଲାର ସମସ୍ତ ସାପ୍ତାହିକ ହାଟ ବନ୍ଦ ରହିବ । କରୋନା ସଂକ୍ରମଣ ବୃଦ୍ଧି ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଏନେଇ ଝାରସୁଗୁଡା ଜିଲ୍ଲାପାଳ ଟ୍ୱିଟ୍ ଜରିଆରେ ସୂଚନା ଦେଇଛନ୍ତି । ଏଣିକି ପରିବା ଓ ଖାଦ୍ୟ ସାମଗ୍ରୀ ଏକାଧିକ ସ୍ଥାନରେ ବିକ୍ରି ବ୍ୟବସ୍ଥା ହେବ । ତେବେ ଆଜି ରାଜ୍ୟରେ ପୁଣି ୪୬୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୭୨ ଓ ସ୍ଥାନୀୟ ଅଞ୍ଚଳରୁ ୧୮୯ ଜଣ ଚିହ୍ନଟ ହୋଇଛନ୍ତି । କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୧ ହଜାର ୭୭୨ ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୭ ହଜାର ୨୧୨ ରହିଥିବା ବେଳେ ୨୫୮୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ନୂଆପଡା ଜିଲ୍ଲାରୁ ସର୍ବାଧିକ ୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *